ଗତ ୨୪ ଘଂଟାରେ ରାଜ୍ୟରେ ୭୪୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୯ ଜଣ ୦ାରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୮୭ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୧୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୦, ବାଲେଶ୍ୱରରୁ ୩୨, ବରଗଡ଼ରୁ ୧୧, ଭଦ୍ରକରୁ ୯, କଟକରୁ ୧୨୦, ଦେବଗଡ଼ରୁ ୬, ଢେ଼ଙ୍କାନାଳରୁ ୯, ଗଂଜାମରୁ ୩, ଜଗତସିଂହପୁରରୁ ୧୮, ଯାଜପୁରରୁ ୨୭, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୮, କେଉଁଝରରୁ ୫, ଖୋର୍ଦ୍ଧାରୁ ୨୯୭, କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୁରଭଂଜରୁ ୩୨, ନବରଙ୍ଗପୁରରୁ ୪, ନୂଆପଡାରୁ ୨, ନୟାଗଡ଼ରୁ ୧୧, ପୁରୀରୁ ୧୭, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡରୁ ୨୪ ଓ ଷ୍ଟେଟ ପୁଲ୍‌ରୁ ୭୨ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.