pakka

୫ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୪୭୧ ନୂଆ ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୭ ଜଣ ୦ାରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୫୪୮ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୯୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୪, ବାଲେଶ୍ୱରରୁ ୨୬, ବରଗଡ଼ରୁ ୨, ଭଦ୍ରକରୁ ୪, ବଲାଙ୍ଗିରରୁ ୧, କଟକରୁ ୮୧, ଦେବଗଡରୁ ୨, ଢେଙ୍କାନାଳରୁ ୫, ଜଗତସିଂହପୁରରୁ ୧୬, ଯାଜପୁରରୁ ୨୨, ଝାରସୁଗୁଡାରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୯, କେଉଁଝରରୁ ୩, ଖୋର୍ଦ୍ଧାରୁ ୧୯୬, ମାଲକାନଗିରିରୁ ୨, ମୟୁରଭଂଜରୁ ୨୨, ନୟାଗଡରୁ ୭, ପୁରୀରୁ ୧୯, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୧ ଓ ଷ୍ଟେଟ ପୁଲ୍‌ରୁ ୪୪ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

3 + 8 =