
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।