csstore

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ତଳକୁ ଖସିଲା : ଆଜି ୩୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ତଳକୁ ଖସିଥିବା ବେଳେ ରାଜ୍ୟରେ ୩୬୮ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫୬ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୩୦, ବାଲେଶ୍ୱରରୁ ୧୬, ବରଗଡ଼ରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗିରରୁ ୧୮, କଟକରୁ ୨୬, ଦେବଗଡ଼ରୁ ୧, ଢେଙ୍କାନାଳରୁ ୪, ଗଂଜାମରୁ ୬, ଜଗତ୍‌ସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୫, କେଉଁଝରରୁ ୨୨, ଖୋର୍ଦ୍ଧାରୁ ୪୯, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୁରଭଂଜରୁ ୨୪, ନୟାଗଡ଼ରୁ ୫, ନୂଆପଡ଼ାରୁ ୫, ପୁରୀରୁ ୧୮, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୪୫ ଓ ଷ୍ଟେଟ ପୁଲ୍‌ରୁ ୧୦ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୩୮୯୩ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

jayashree
Leave A Reply

Your email address will not be published.