csstore

ଗତ ୨୪ ଘଂଟାରେ ୫୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୨୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୭୩ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୨୮୦ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୧୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୯, ବରଗଡରୁ ୨, ଭଦ୍ରକରୁ ୬, କଟକରୁ ୬୯, ଦେବଗଡରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୪, ଯାଜପୁରରୁ ୧୬, ଝାରସୁଗୁଡାରୁ ୪, କେନ୍ଦ୍ରାପଡାରୁ ୮, ଖୋର୍ଦ୍ଧାରୁ ୨୪୩, କୋରାପୁଟରୁ ୩, ମାଲକାନଗିରି ୧, ମୟୁରଭଂଜରୁ ୩୧, ନବରଙ୍ଗପୁରରୁ ୧, ନୟାଗଡରୁ ୨, ପୁରୀରୁ ୧୭, ସମ୍ବଲପୁରରୁ ୧୪, ସୋନପୁରରୁ ୨, ସୁନ୍ଦରଗଡରୁ ୯ ଓ ଷ୍ଟେଟ ପୁଲ୍‌ରୁ ୫୯ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.