csstore

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ୧୮ କରୋନା ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଙ୍ଗୋମୁଣ୍ଡା ବ୍ଲକ୍‌ ଗଅଁରେଇ ଗ୍ରା.ପ.ରୁ ଜଣେ ଓ ଭୁର୍ସାଗୁଡ଼ା ଗ୍ରା.ପ.ରୁ ଜଣେ, ବେଲପଡ଼ା ବ୍ଳକ୍‌ ବେଡ଼ପଡ଼ା ଗ୍ରା.ପ.ରୁ ଜଣେ, ଲୋଇସିଂହା ବ୍ଳକ୍‌ ତଲିଉଡ଼ାର ଗ୍ରା.ପ.ରୁ ଜଣେ, ମୁରିବାହାଲ ବ୍ଲକ୍‌ ଇଚ୍ଛାପଡ଼ା ଗ୍ରା.ପ.ରୁ ଜଣେ, ପାଟଣାଗଡ଼ ବ୍ଲକ୍‌ ମରୁଆଁ ଗ୍ରା.ପ.ରୁ ଜଣେ, ତୁରେକେଲା ବ୍ଲକ୍‌ କୁଇବାହାଲ ଗ୍ରା.ପ.ରୁ ଜଣେ, କଂଟାବାଂଜି ଏନ୍‌ଏସି ୱାର୍ଡ ନଂ.୫ରୁ ଜଣେ, ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୩ରୁ ୨ ଜଣ, ୧୧ରୁ ଜଣେ, ୫ରୁ ଜଣେ, ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୯ରୁ ୩ ଜଣ, ୩ରୁ ଜଣେ ଓ ୫ରୁ ୨ ଜଣ ସଂକ୍ରମିତ ହୋଇଛନ୍ତି । ଜିଲ୍ଲାରେ ଏବେ ମାତ୍ର ୨୨୧ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି ।

jayashree
Leave A Reply

Your email address will not be published.