jayashree

ଗତ ୨୪ ଘଂଟାରେ ୩୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦୦୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୩୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨, ବାଲେଶ୍ୱରରୁ ୬, ବରଗଡରୁ ୧, ଭଦ୍ରକରୁ ୭, ବୌଦ୍ଧରୁ ୧, କଟକରୁ ୧୯, ଢେଙ୍କାନାଳରୁ ୩, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୯, ଯାଜପୁରରୁ ୧୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୮, କେଉଁଝରରୁ ୧, ଖୋର୍ଦ୍ଧାରୁ ୧୬୯, ମାଲକାନଗିରିରୁ ୧, ମୟୁରଭଂଜରୁ ୩, ନବରଙ୍ଗପୁରରୁ ୧, ନୟାଗଡରୁ ୪, ନୂଆପଡାରୁ ୩, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୧୦, ସୋନପୁରରୁ ୧, ସୁନ୍ଦରଗଡରୁ ୮ ଓ ଷ୍ଟେଟ ପୁଲ୍‌ରୁ ୩୯ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.