ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ୧୧ ଆକ୍ରାନ୍ତ ଚିହ୍ନଟ : ପାଟଣାଗଡ଼ ଏନ୍‌ଏସିରୁ ୬ ଜଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୧୭ରୁ ଜଣେ, କଂଟାବାଂଜି ଏନ୍‌ଏସି ୱାର୍ଡ ନଂ.୫ରୁ ୨ ଜଣ ଓ ୩ରୁ ଜଣେ, ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୩ରୁ ଜଣେ, ୱାର୍ଡ ନଂ.୧୧ରୁ ୨ ଏବଂ ୧୩ରୁ ୩ ଜଣ ଆକ୍ରାନ୍ତ ହୋଇଛନ୍ତି । ମୁରିବାହାଲ ବ୍ଲକ୍‌ ଚନାବାହାଲ ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରେ ଏବେ ୧୫୧ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବା କୁହାଯାଇଛି ।

Leave A Reply

Your email address will not be published.