om academy

ରାଜ୍ୟରେ ୪ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୩୩୨୯ ଆକ୍ରାନ୍ତ ଚିହ୍ନଟ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୬ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୩୩୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୦୪ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୨୧୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୩୯୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୮୫, ବାଲେଶ୍ୱରରୁ ୧୪୧, ବରଗଡରୁ ୪୬, ଭଦ୍ରକରୁ ୫୭, ବଲାଙ୍ଗିରରୁ ୬୭, ବୌଦ୍ଧରୁ ୪୯, କଟକରୁ ୨୯୩, ଦେବଗଡରୁ ୬୭, ଢେଙ୍କାନାଳରୁ ୬୧, ଗଜପତିରୁ ୬୪, ଗଞ୍ଜାମରୁ ୪୪, ଜଗତସିଂହପୁରରୁ ୭୦, ଯାଜପୁରରୁ ୯୯, ଝାରସୁଗୁଡାରୁ ୭୪, କଳାହାଣ୍ଡିରୁ ୧୦୭, କନ୍ଧମାଳରୁ ୪୩, କେନ୍ଦ୍ରାପଡାରୁ ୭୩, କେଉଁଝରରୁ ୨୧, ଖୋର୍ଦ୍ଧାରୁ ୬୪୬, କୋରାପୁଟରୁ ୫୯, ମାଳକାନଗିରିରୁ ୩୪, ମୟୁରଭଞ୍ଜରୁ ୧୪୫, ନବରଙ୍ଗପୁରରୁ ୯୦, ନୟାଗଡରୁ ୧୨୦, ନୂଆପଡାରୁ ୧୨୯, ପୁରୀରୁ ୫୬, ରାୟଗଡାରୁ ୬୬, ସମ୍ବଲପୁରରୁ ୧୧୫, ସୁବର୍ଣ୍ଣପୁରରୁ ୩୫, ସୁନ୍ଦରଗଡରୁ ୨୩୭ ଓ ଷ୍ଟେଟ ପୁଲ୍‌ରୁ ୧୩୬ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.