ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର, ମାଲକାନଗିରି, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.