ରାଜ୍ୟରେ ଗତ ୨୪ ଘଣ୍ଟାରେ ମଧ୍ୟରେ ୨୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୮୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲାରୁ ୩ ଜଣ ଏବଂ ଭଦ୍ରକ, ଗଞ୍ଜାମ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.