ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି ପାଇଛି । ବାଲେଶ୍ୱର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଜୀବନ ନେଇଛି ଘାତକ କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Prev Post
Next Post