oum

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

jsm

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୭୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ବରଗଡ଼, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.