ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୨୬କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବଧିକ ୬ ଜଣ, ବାଲେଶ୍ବର, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ, ଢ଼େଙ୍କାନାଳ , କେନ୍ଦ୍ରାପଡ଼ା ଓ ସମ୍ବଳପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.