ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୧୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୩, ବାଲେଶ୍ୱରରୁ ୫, ବଲାଙ୍ଗିରରୁ ୨, ବୌଦ୍ଧରୁ ୩, କଟକରୁ ୧, ଦେବଗଡରୁ ୧, ଗଜପତିରୁ ୧୫, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡାରୁ ୧୨, ଖୋର୍ଦ୍ଧାରୁ ୧୦, କୋରାପୁଟରୁ ୪, ମୟୁରଭଞ୍ଜରୁ ୫, ନବରଙ୍ଗପୁରରୁ ୪, ନୂଆପଡାରୁ ୨, ପୁରୀରୁ ୧, ରାୟଗଡାରୁ ୨, ସମ୍ବଲପୁରରୁ ୨୩, ସୁନ୍ଦରଗଡରୁ ୪ ଓ ଷ୍ଟେଟ ପୁଲ୍‌ରୁ ୨ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.