
ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।