csstore

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୨ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୭୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୪, ବରଗଡରୁ ୧, ଭଦ୍ରକରୁ ୧, ବଲାଙ୍ଗିରରୁ ୪, କଟକରୁ ୫, ଗଜପତିରୁ ୮, ଗଞ୍ଜାମରୁ ୨, ଯାଜପୁରରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରପଡାରୁ ୪, ଖୋର୍ଦ୍ଧାରୁ ୫, କୋରାପୁଟରୁ ୩, ମୟୁରଭଞ୍ଜରୁ ୫, ନବରଙ୍ଗପୁରରୁ ୬, ନୟାଗଡରୁ ୧, ନୂଆପଡାରୁ ୧, ପୂରୀରୁ ୧, ସମ୍ବଲପୁରରୁ ୧୨, ସୁବର୍ଣ୍ଣପୁରରୁ ୫, ସୁନ୍ଦରଗଡରୁ ୧୦ ଓ ଷ୍ଟେଟ ପୁଲ୍‌ରୁ ୧ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.