ରାଜ୍ୟରେ ଗତ ୩୭ ଘଂଟା ମଧ୍ୟରେ ୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨, ବାଲେଶ୍ୱରରୁ ୩, ବଲାଙ୍ଗିରରୁ ୨, କଟକରୁ ୪, ଦେବଗଡରୁ ୧, ଗଜପତିରୁ ୫, ଯାଜପୁରରୁ ୩, ଖୋର୍ଦ୍ଧାରୁ ୧୪, ମୟୁରଭଞ୍ଜରୁ ୪, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୧୫, ଷ୍ଟେଟ ପୋଲରୁ ୩ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.