ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ବଲାଙ୍ଗିରରୁ ୧, କଟକରୁ ୧, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୨, ସମ୍ବଲପୁରରୁ ୨, ଷ୍ଟେଟ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.