ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୬୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୨, କଟକରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧା ୪, ନୂଆପଡାରୁ ୨, ଷ୍ଟେଟପୁଲରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।