ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧୩ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୧୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ କଟକରୁ ୨, ଖୋର୍ଦ୍ଧା ୧, ନୂଆପଡାରୁ ୧୩, ରାୟଗଡାରୁ ୧, ସୁନ୍ଦରଗଡରୁ ଜଣେ ଚିହ୍ନଟ ହୋଇଛନ୍ତି ।