ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ କଟକରୁ ୩, ଖୋର୍ଦ୍ଧାରୁ ୪, ସମ୍ବଲପୁରରୁ ୧, ଷ୍ଟେଟପୁଲରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।