ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ରହିଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ କଟକ ୩, କଳାହାଣ୍ଡିରୁ ୩, ଖୋର୍ଦ୍ଧାରୁ ୬, ସୁନ୍ଦରଗଡରୁ ୧, ଷ୍ଟେଟପୁଲରୁ ୨ ଜଣ ଚିହ୍ନଟ ହୋଇଛନ୍ତି ।