ବଢୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୪, ବୌଦ୍ଧରୁ ୧, କଟକରୁ ୩, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨, ଝାରସୁଗୁଡାରୁ ୧, ଖୋର୍ଦ୍ଧାରୁ ୨୬, ନୟାଗଡରୁ ୨, ନୂଆପଡାରୁ ୧, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୨, ଷ୍ଟେଟପୁଲରୁ ୭ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.