pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୯୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଭଦ୍ରକରୁ ୧, ବଲାଙ୍ଗିରରୁ ୧, କଟକରୁ ୭, ଜଗତସିଂହପୁରରୁ ୧, ଖୋର୍ଦ୍ଧାରୁ ୩୬, ପୁରୀରୁ ୧, ରାୟଗଡାରୁ ୧, ସୁନ୍ଦରଗଡରୁ ୫, ଷ୍ଟେଟପୁଲରୁ ୮ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

one × three =