csstore

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୩୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୯୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧୩, ଭଦ୍ରକରୁ ୫, ବଲାଙ୍ଗିରରୁ ୧, କଟକରୁ ୩୫, ଦେଓଗଡରୁ ୩, ଜଗତସିଂହପୁରରୁ ୨, ଯାଜପୁରରୁ ୨, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୯୯, ମାଳକାନଗିରିରୁ ୧, ମୟୁରଭଞ୍ଜରୁ ୧, ନୂଆପଡାରୁ ୮, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୧୦, ସୋନପୁରରୁ ୬, ସୁନ୍ଦରଗଡରୁ ୧୨, ଷ୍ଟେଟପୁଲରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.