oom

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ବଲାଙ୍ଗିର ଜିଲ୍ଲାରେ ୫

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୨୬୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୩୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୩, ବାଲେଶ୍ୱରରୁ ୧୧, ବରଗଡରୁ ୧, ଭଦ୍ରକରୁ ୯, ବଲାଙ୍ଗିରରୁ ୫, ବୌଦ୍ଧରୁ ୨, କଟକରୁ ୧୧୯, ଦେବଗଡରୁ ୧, ଗଜପତିରୁ ୫, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୯, ଝାରସୁଗୁଡାରୁ ୯, କଳାହାଣ୍ଡିରୁ ୮, କନ୍ଧମାଳରୁ ୧, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୩୦୭, କୋରାପୁଟରୁ ୬, ମାଳକାନଗିରିରୁ ୧, ମୟୁରଭଞ୍ଜରୁ ୨୮, ନୟାଗଡରୁ ୧୭, ନୂଆପଡାରୁ ୯, ପୁରୀରୁ ୨୮, ରାୟଗଡାରୁ ୨, ସମ୍ବଲପୁରରୁ ୩୦, ସୋନପୁରରୁ ୯, ସୁନ୍ଦରଗଡରୁ ୮୦, ଷ୍ଟେଟପୁଲରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି ।

jittmm
Leave A Reply

Your email address will not be published.