pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୩ ନୂଆ ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୮ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୯୬୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୬୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୭, ବରଗଡରୁ ୧୩, ଭଦ୍ରକରୁ ୧, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୬, କଟକରୁ ୧୬, ଦେବଗଡରୁ ୨, ଢେଙ୍କାନାଳରୁ ୪, ଗଜପତିରୁ ୬, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୪, ଖୋର୍ଦ୍ଧାରୁ ୮୧, କୋରାପୁଟରୁ ୯, ମାଳକାନଗିରିରୁ ୧, ମୟୁରଭଞ୍ଜରୁ ୧୯, ନବରଙ୍ଗପୁରରୁ ୧୭, ନୟାଗଡରୁ ୧୫, ନୂଆପଡାରୁ ୧୭, ପୁରୀରୁ ୨, ରାୟଗଡାରୁ ୪, ସମ୍ବଲପୁରରୁ ୩୬, ସୋନପୁରରୁ ୧୪, ସୁନ୍ଦରଗଡରୁ ୬୬, ଷ୍ଟେଟପୁଲରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

1 + 4 =