pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୪୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୩, ବରଗଡରୁ ୧, ଭଦ୍ରକରୁ ୩, କଟକରୁ ୧, ଦେବଗଡରୁ ୨, ଗଜପତିରୁ ୩, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ଯାଜପୁରରୁ ୪, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୨, ମୟୁରଭଞ୍ଜରୁ ୨, ନୟାଗଡରୁ ୧, ନୂଆପଡାରୁ ୧, ପୁରୀରୁ ୪, ରାୟଗଡାରୁ ୧, ସମ୍ବଲପୁରରୁ ୧୧, ସୋନପୁରରୁ ୩, ସୁନ୍ଦରଗଡରୁ ୭, ଷ୍ଟେଟପୁଲରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

17 + eleven =