oom

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୨୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୧୦, ବରଗଡରୁ ୨, କଟକରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୩, ଯାଜପୁରରୁ ୨, ଝାରସୁଗୁଡାରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୩, କେରାପୁଟରୁ ୧, ମାଳକାନଗିରିରୁ ୧, ମୟୁରଭଞ୍ଜରୁ ୨, ନବରଙ୍ଗପୁରରୁ ୧, ନୂଆପଡାରୁ ୧, ପୁରୀରୁ ୪, ସମ୍ବଲପୁରରୁ ୧୮, ସୁନ୍ଦରଗଡରୁ ୧୨, ଷ୍ଟେଟପୁଲରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jittmm
Leave A Reply

Your email address will not be published.