csstore

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୨, ବରଗଡରୁ ୧, ବଲାଙ୍ଗିରରୁ ୧, କଟକରୁ ୮, ଦେବଗଡରୁ ୧, ଜଗତସିଂହପୁରରୁ ୫, ଯାଜପୁରରୁ ୨, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, ଖୋର୍ଦ୍ଧାରୁ ୭, କୋରାପୁଟରୁ ୨, ନବରଙ୍ଗପୁରରୁ ୬, ନୟାଗଡରୁ ୨, ନୂଆପଡାରୁ ୨, ପୁରୀରୁ ୪, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୨୦, ଷ୍ଟେଟପୁଲରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jayashree
Leave A Reply

Your email address will not be published.