ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୧୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୩, ବରଗଡରୁ ୧, ବଲାଙ୍ଗିରରୁ ୩, କଟକରୁ ୩, ଗଞ୍ଜାମରୁ ୧, ଯାଜପୁରରୁ ୧, ଖୋର୍ଦ୍ଧାରୁ ୬, ମୟୁରଭଞ୍ଜରୁ ୨, ନବରଙ୍ଗପୁରରୁ ୨, ନୂଆପଡାରୁ ୩, ପୁରୀରୁ ୨, ସମ୍ବଲପୁରରୁ ୧, ସୁନ୍ଦରଗଡରୁ ୧୪, ଷ୍ଟେଟପୁଲରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

error: Content is protected !!