ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୨, ବରଗଡରୁ ୧, କଟକରୁ ୪, ଦେବଗଡରୁ ୨, ଖୋର୍ଦ୍ଧାରୁ ୧, ନୂଆପଡାରୁ ୧, ପୁରୀରୁ ୨, ସମ୍ବଲପୁରରୁ ୧, ସୋନପୁରରୁ ୧, ସୁନ୍ଦରଗଡରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.