ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୧୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବରଗଡରୁ ୨, କଟକରୁ ୧୨, ଜଗତସିଂହପୁରରୁ ୧୨, ଝାରସୁଗୁଡାରୁ ୧, ଖୋର୍ଦ୍ଧାରୁ ୨, ନୟାଗଡରୁ ୧, ପୁରୀରୁ ୧, ସୁନ୍ଦରଗଡରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Prev Post