ଆଜିି ଓଡ଼ିଶାରୁ ୧୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଆଜି ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୬ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୭୭ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ ଅନୁଗୁଳରୁ ୨୪, ବାଲେଶ୍ୱରରୁ ୨, ବରଗଡ଼ରୁ ୯, ବଲାଙ୍ଗିରରୁ ୬, ବୌଦ୍ଧରୁ ୧, କଟକରୁ ୬, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୫, ଜଗତସିଂହପୁରରୁ ୫, ଯାଜପୁରରୁ ୧୧, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୩ , କନ୍ଧମାଲରୁ ୧, କେନ୍ଦ୍ରାପଡ଼ାରୁ ୧୦, କେଉଁଝରରୁ ୧, ଖୋର୍ଦ୍ଧାରୁ ୧୪, ମାଲକାନଗିରିରୁ ୧, ମୟୁରଭଂଜରୁ ୫, ନୂଆପଡାରୁ ୧୦, ପୁରୀରୁ ୬, ସମ୍ବଲପୁରରୁ ୧୦, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୨ ଏବଂ ଷ୍ଟେଟ୍‌ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ହୋଇଛନ୍ତି । ମାତ୍ର ୨୩୪୫ ଜଣ ଏବେ ଏକ୍‌ଟିଭ୍‌ ପଜିଟିଭ୍‌ ରହିଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.