ବଲାଙ୍ଗିର ଜିଲ୍ଲାରେ ଆଜି ୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ବଲାଙ୍ଗିର ମ୍ୟୁନିସିପାଲିଟି ଅଂଚଳରେ ୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଆଗଲ୍‌ପୁର ବ୍ଲକ ଝରନିପାଲି ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୪ରୁ ୩ ଜଣ ଓ ୱାର୍ଡ ନଂ.୧୦ ଓ ୨୦ରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି । ବଙ୍ଗୋମୁଣ୍ଡା ବ୍ଲକ୍‌ ସିନ୍ଧେକେଲା ଗ୍ରା.ପ.ରୁ ଜଣେ, ଗୁଡ଼ଭେଲା ବ୍ଲକ ରୁଷୁଡ଼ା ଗ୍ରା.ପ.ରୁ ଜଣେ, କଂଟାବାଂଜି ଏନ୍‌ଏସି ୱାର୍ଡ ନଂ.୧୪ରୁ ଜଣେ, ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପ.ରୁ ଜଣେ, ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୯ରୁ ଜଣେ ଓ ୧୪ରୁ ୨ ଜଣ ଏବଂ ତୁରେକେଲା ବ୍ଲକ ଧାମନଡଙ୍ଗା ଗ୍ରା.ପ.ରୁ ଜଣେ ଆକ୍ରାନ୍ତ ହୋଇଛନ୍ତି । ତେବେ ବର୍ତ୍ତମାନ ଜିଲ୍ଲାରେ ୧୩୨ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.