ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ ,ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ପୁରୀ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଜୀବନ ନେଇଛି ଘାତକ କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.