ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୨୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧, କଟକରୁ ୪, ଜଗତସିଂହପୁରରୁ ୨, ଝାରସୁଗୁଡାରୁ ୧, ଖୋର୍ଦ୍ଧାରୁ ୩୨, ପୁରୀରୁ ୩, ସମ୍ବଲପୁରରୁ ୨, ସୁନ୍ଦରଗଡରୁ ୧, ଷ୍ଟେଟପୁଲରୁ ୭ ଜଣ ଚିହ୍ନଟ ହୋଇଛନ୍ତି ।
Prev Post