jayashree

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୩୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଖୋର୍ଦ୍ଧା, କେନ୍ଦ୍ରପଡା ଜିଳ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଭଦ୍ରକ କଟକ, ଜଗତସିଂହପୁର, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ସୂଚନାରେ କୁହାଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.