ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୦୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବାଲେଶ୍ୱରରୁ ୧, ବରଗଡରୁ ୧, ବୌଦ୍ଧରୁ ୩, ଗଜପତିରୁ ୯, ଗଞ୍ଜାମରୁ ୧, ଯାଜପୁରରୁ ୭, କେନ୍ଦ୍ରପଡାରୁ ୧, ଖୋର୍ଦ୍ଧାରୁ ୪, କୋରାପୁଟରୁ ୬, ମୟୁରଭଞ୍ଜରୁ ୪, ସମ୍ବଲପୁରରୁ ୧, ଷ୍ଟେଟ ପୋଲରୁ ୧ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.