ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୩, ବଲାଙ୍ଗିରରୁ ୯, କଟକରୁ ୪, ଦେବଗଡରୁ ୧, ଗଜପତିରୁ ୬, ଗଞ୍ଜାମରୁ ୨, ଯାଜପୁରରୁ ୫, ଖୋର୍ଦ୍ଧାରୁ ୬, କୋରାପୁଟରୁ ୧, ମୟୁରଭଞ୍ଜରୁ ୨, ନୟାଗଡରୁ ୧, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୮, ଷ୍ଟେଟ ପୋଲରୁ ୧ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.