ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୧୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୧୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧, ବରଗଡରୁ ୧, ବଲାଙ୍ଗିରରୁ ୨, କଟକରୁ ୪, ଗଜପତିରୁ ୫, ଗଞ୍ଜାମରୁ ୧, ଯାଜପୁରରୁ ୩, ଖୋର୍ଦ୍ଧାରୁ ୧୦, ମୟୁରଭଞ୍ଜରୁ ୪, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୧, ଷ୍ଟେଟ ପୋଲରୁ ୨ ଚିହ୍ନଟ ହୋଇଛନ୍ତି ।
Prev Post