ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୩୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୨, ବଲାଙ୍ଗିରରୁ ୧, ଦେବଗଡରୁ ୧, ଗଜପତିରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୨, କେନ୍ଦ୍ରାପଡାରୁ ୩, ଖୋର୍ଦ୍ଧାରୁ ୫, ମୟୁରଭଞ୍ଜରୁ ୫, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୯, ଷ୍ଟେଟ ପୋଲରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.