ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୨ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବରଗଡରୁ ୧, ବଲାଙ୍ଗିରରୁ ୨, ଦେବଗଡରୁ ୧, ଗଜପତିରୁ ୩, ଯାଜପୁରରୁ ୧, କନ୍ଧମାଳରୁ ୨, ଖୋର୍ଦ୍ଧା ୨, ନୂଆପଡାରୁ ୧, ସମ୍ବଲପୁରରୁ ଜଣେ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.