oum

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୭୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୮, ଭଦ୍ରକରୁ ୩, କଟକରୁ ୩୮, ଦେଓଗଡରୁ ୩, ଢେଙ୍କାନାଳରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୨, କେଉଁଝରରୁ ୧, ଖୋର୍ଦ୍ଧାରୁ ୬୮, ମୟୁରଭଞ୍ଜରୁ ୫, ନୟାଗଡରୁ ୧, ନୂଆପଡାରୁ ୪, ପୁରୀରୁ ୫, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୧୮, ଷ୍ଟେଟପୁଲରୁ ୨୨ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.