pakka

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୯୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୦୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୩, ଭଦ୍ରକରୁ ୨, ବଲାଙ୍ଗିରରୁ ୧, କଟକରୁ ୩୮, ଜଗତସିଂହପୁରରୁ ୧, ଯାଜପୁରରୁ ୪, ଝାରସୁଗୁଡାରୁ ୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୧୩୫, ମାଳକାନଗିରିରୁ ୧, ମୟୁରଭଞ୍ଜରୁ ୭, ନୟାଗଡରୁ ୨, ପୁରୀରୁ ୨, ରାୟଗଡାରୁ ୧, ସମ୍ବଲପୁରରୁ ୩, ସୋନପୁରରୁ ୧, ସୁନ୍ଦରଗଡରୁ ୯, ଷ୍ଟେଟପୁଲରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

three + ten =