ଆଜି ରାଜ୍ୟରେ ୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୨୩ ରହିଛି । ଆଜି ୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୨, ବାଲେଶ୍ୱରରୁ ୯, ବରଗଡ଼ରୁ ୬, ବଲାଙ୍ଗିରରୁ ୬, ବୌଦ୍ଧରୁ ୧, କଟକରୁ ୪, ଦେବଗଡ଼ରୁ ୪, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୯, ମାଲକାନଗିରିରୁ ୧, ମୟୁରଭଞ୍ଜରୁ ୩, ନବରଙ୍ଗପୁରରୁ ୧, ପୁରୀରୁ ୪, ସମ୍ବଲପୁରରୁ ୧୪, ସୋନପୁରରୁ ୫, ସୁନ୍ଦରଗଡରୁ ୮ ଓ ଷ୍ଟେଟପୁଲରୁ ୧ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୬୯୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୪୩୩୩ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.

19 − 17 =