ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୯୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧, ବରଗଡରୁ ୨, କଟକରୁ ୩, କଳାହାଣ୍ଡିରୁ ୨, ଖୋର୍ଦ୍ଧାରୁ ୩, ମୟୁରଭଞ୍ଜରୁ ୨, ନୂଆପଡାରୁ ୧, ପୁରୀରୁ ୩, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୪, ଷ୍ଟେଟପୁଲରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.