ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବଲାଙ୍ଗିରରୁ ୨, କଟକରୁ ୩, ଜଗତସିଂହପୁରରୁ ୩, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୨, କୋରାପୁଟରୁ ୧, ମୟୁରଭଞ୍ଜରୁ ୧, ନବରଙ୍ଗପୁରରୁ ୩, ନୟାଗଡରୁ ୨, ପୁରୀରୁ ୩, ସମ୍ବଲପୁରରୁ ୨, ସୋନପୁରରୁ ୧, ସୁନ୍ଦରଗଡରୁ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.