csstore

ଗତ ୨୪ ଘଂଟାରେ ୪୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬୩ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୪୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୭୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧୧, ବରଗଡରୁ ୫, ଭଦ୍ରକରୁ ୬, ବଲାଙ୍ଗିରରୁ ୧, କଟକରୁ ୪୬, ଦେବଗଡରୁ ୭, ଢେଙ୍କାନାଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧୦, ଯାଜପୁରରୁ ୧୧, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୩, କେନ୍ଦ୍ରାପଡାରୁ ୧୦, ଖୋର୍ଦ୍ଧାରୁ ୧୮୯, କେରାପୁଟରୁ ୨, ମାଲକାନଗିରି ୧, ମୟୁରଭଂଜରୁ ୧୪, ନୟାଗଡରୁ ୪, ନୂଆପଡାରୁ ୬, ପୁରୀରୁ ୧୧, ରାୟଗଡାରୁ ୪, ସମ୍ବଲପୁରରୁ ୮, ସୁନ୍ଦରଗଡରୁ ୭ ଓ ଷ୍ଟେଟ ପୁଲ୍‌ରୁ ୪୪ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.